
ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ପୁଣି କଟକଣା ଫେରିଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଏହି ନିୟମର ଉଲ୍ଲଂଘନ କରୁଛନ୍ତି ତେବେ ତାଙ୍କଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ତେବେ ବ୍ୟକ୍ତିଗତ ଚାରି ଚକିଆ ଯାନରେ ଯାତ୍ରା କରିବା ସମୟରେ ମାସ୍କ ନ ପିନ୍ଧିଲେ ଜରିମାନା ଆଦାୟ କରାଯିବ ନାହିଁ । ଗତ କିଛି ଦିନ ହେବ ଦିଲ୍ଲୀରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ଅଗଷ୍ଟରେ କୋଭିଡ କାରଣରୁ ଦିଲ୍ଲୀରେ ଏପର୍ଯ୍ୟନ୍ତ ୪୦ ଜଣଙ୍କର ମୃତ୍ୟୁ ଘଟିଛି । ତେବେ ବିଶେଷଜ୍ଞ ଏବଂ ଅଧିକାରୀମାନେ କହିଛନ୍ତି ଯେ ପୂର୍ବରୁ କୌଣସି ସ୍ବାସ୍ଥ୍ୟଗତ ସମସ୍ୟାରେ ପୀଡିତ ଅବା କର୍କଟ, ଯକ୍ଷ୍ମା କିମ୍ବା ଅନ୍ୟ କୌଣସି ଗୁରୁତର ସ୍ବାସ୍ଥ୍ୟ ସମସ୍ୟାରେ ଆକ୍ରାନ୍ତ ହୋଇଥିବା ବ୍ୟକ୍ତିମାନଙ୍କର ହିଁ ମୃତ୍ୟୁ ଘଟୁଛି ।