ବାଣିଜ୍ୟ

ମୟୂରଭଞ୍ଜରେ ଦୁଇଟି ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୟୂରଭଞ୍ଜ, ୧୨/୦୮/୨୦୨୨-   ମୟୂରଭଞ୍ଜ ଜିଲ୍ଲାରେ ଦୁଇଟି ମଧ୍ୟମ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଜିଲ୍ଲାର ରାସଗୋବିନ୍ଦପୁର ବ୍ଲକ ଟିକପଦାରେ ୬୮୫ କୋଟି ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଶୁଭାରମ୍ଭ ହୋଇଛି । ଏହାଦ୍ୱାରା ଉଭୟ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ ।

ମୟୂରଭଞ୍ଜ ଜିଲ୍ଲାର ୭ଟି ବ୍ଲକର ୬୪ଟି ଗାଁ ଓ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକର ୨୩ଟି ଗାଁର ଚାଷୀ ଉପକୃତ ହେବେ । ମୟୂରଭଞ୍ଜର ୧୧ ହଜାର ୬୮୮ ହେକ୍ଟର  ଓ ବାଲେଶ୍ୱରର ୫ ହଜାର ୪୩୩ ହେକ୍ଟର ଜମି ଜଳସେଚିତ ହେବ । ସେହିପରି କରଞ୍ଜିଆ ସବଡିଭିଜନର ହାତୀବାରିରେ ଦେଓ ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରଞ୍ଜିଆ ହାତୀବାରିରେ ୮୨୩ କୋଟି ବ୍ୟୟରେ ଦେଓନଦୀ ଉପରେ ନିର୍ମିତ ହୋଇଛି ୧ ହଜାର ୨୮୦ ମିଟର ଦୈର୍ଘ୍ୟ ବିଶିଷ୍ଟ ନଦୀବନ୍ଧ । ଏହା ଦ୍ୱାରା ଶହେଟି ଗାଁର ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ । ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱରେ ୫୮ କିଲୋମିଟରର କେନାଲ ଦ୍ୱାରା ୩ଟି ବ୍ଲକର ୯ ହଜାର ୯୦୦ ହେକ୍ଟର ଜମି ଜଳସେଚିତ ହେବ ସହ ପଡ଼ୋଶୀ କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକର ୩ ହଜାର ୨୨୩ ହେକ୍ଟର ଚାଷଜମିକୁ ମଧ୍ୟ ପ୍ରକଳ୍ପ ପାଣି ଯୋଗାଇବ ।

Related Articles

Back to top button
WP Twitter Auto Publish Powered By : XYZScripts.com