ସ୍ୱାସ୍ଥ୍ୟ

ରାଜୁ ଶ୍ରୀବାସ୍ତବଙ୍କ ପରିବାର ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, ୧୨/୦୮/୨୦୨୨-  ହାସ୍ୟାଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାବେଳେ ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ ଓ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜୁଙ୍କ  ପରିବାର ସହ କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାଜୁଙ୍କ ପତ୍ନୀ ଶିଖାଙ୍କ ସହ ଫୋନରେ କଥା ହେବା ବେଳେ ରାଜୁଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଚିକିତ୍ସାରେ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ବୁଧବାର ରାଜୁ  ଜିମ୍ ରେ ୱାକଆଉଟ କରୁଥିବା ବେଳେ ହଠାତ ତାଙ୍କର ହୃଦଘାତ ହୋଇଥିଲା । ଏହାପରେ ତାଙ୍କୁ  ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପୂର୍ବରୁ ଦୀର୍ଘ ୪୮ ଘଣ୍ଟା ଧରି ସେ ଅଚେତ ହୋଇ ରହିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com