ସ୍ୱାସ୍ଥ୍ୟ

ଦେଶରେ ୨୪ ଘଂଟାରେ ୧୫ ହଜାରରୁ ଅଧିକ ସଂକ୍ରମିତ

ଦେଶରେ କରୋନା ସଂକ୍ରମଣ କମିବାର ଦେଖିବାକୁ ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୁତାବକ ଗତ ୨୪ ଘଂଟାରେ ଦେଶରେ ୧୫,୮୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଗତ ୨୪ ଘଂଟା ମଧ୍ୟରେ ୨୦, ୦୧୮ଜଣ ଲୋକ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ କରୋନା ସଂକ୍ରମିତ ଆକ୍ଟିଭ ମାମଲା ୧,୧୯, ୨୬୪ ରହିଛି । ହେଲେ ପଜିଟିଭ ହାର ଏବେ ବି ଚିନ୍ତାଜନକ ରହିଛି । ଦେଶରେ କରୋନାର ଦୈନିକ ପଜିଟଭ ହାର ୪.୫ ରହିଛି । ସେହିଭଳି ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ତେବେ ଏହା ୫ ଶହ ତଳେ ରହିଛି। ଗତକାଲି ୫୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୪୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com