ଓଡ଼ିଶା

ତଳ ଉପର କରୋନା ଗ୍ରାଫ

ରବିବାର  ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ବଢ଼ିଛି। ଶନିବାର ୪୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିମଧ୍ୟରେ ୧୧୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର  ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୪୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୨, ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୯, ୬୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୭୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସେପଟେ ରବିବାର ଦେଶରେ ଦୈନିକ କରୋନାଭାଇରସ୍‌ ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୩.୬୯% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୫୭% ଥିବା ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୦୯୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୪,୦୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୫୩,୪୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୦୩୭ରେ ପହଞ୍ଚିଛ। ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୬,୦୯,୫୬୬ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬୧ ଥିବା ରେକର୍ଡ କରାଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ ଗତକାଲି ୮୮,୦୨,୮୨,୧୦୩ଟି ନମୁନା ପରୀକ୍ଷା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com