ଓଡ଼ିଶା

ସାମ୍ଭାବ୍ୟ ବନ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୧୬/୦୮/୨୦୨୨ –   ଲଗାଣ ବର୍ଷା ଯୋଗୁଁ ଓଡିଶାରେ ଦେଖାଦେଇଥିବା ବନ୍ୟାରେ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ସୁନିଶ୍ଚିନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦେଶ ଦେଇଛନ୍ତି । ସବୁ ଜୀବନ ମୂଲ୍ୟବାନ ନୀତି ଆପଣାଇବାକୁ ମଙ୍ଗଳବାର ଅନୁଷ୍ଠିତ ବନ୍ୟା ପରିସ୍ଥିତି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ୧୦ଟି ଜିଲ୍ଲାର ଜିଲ୍ଲପାଳଙ୍କୁ ଆଦେଶ ଦେଇଛନ୍ତି ।
ଏହି ବୈଠକରେ NDRF, ODRAF ଓ ଅଗ୍ନିଶମ ବିଭାଗ ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରହିବାକୁ କୁହାଯାଇଛି । ହସ୍ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବାକୁ କୁହାଯାଇଛି । ସେହିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି। ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଆବଶ୍ୟକ ହେଲେ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ସହାୟତା ନେବା, ନଦୀବନ୍ଧ ଉପରେ ନଜର ରଖିବା ଏବଂ ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ସ୍ଥଳେ ଶିକ୍ଷାନୁଷ୍ଠାନ ଗୁଡିକୁ ବନ୍ଦ ରଖିବା କୁ ନିର୍ଦ୍ଦେଶ ଦିଆଯାଇଛି ।

୫-ଟି ସଚିବ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ସିଏମସି କମିଶନରଙ୍କ ସହିତ ପରିସ୍ଥିତି ସଂପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଭିନ୍ନ ବିଭାଗର ସଚିବ, ଏବଂ ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com