ଜୀବନଶୈଳୀ

ବନ୍ୟା ପ୍ରଭାବିତ ଅଞ୍ଚଳରେ ୧୫ ଦିନ ପାଇଁ ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୧୮/୦୮/୨୦୨୨-   ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବାପରେ ୧୫ ଦିନ ପାଇଁ ରିଲିଫ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟା ପ୍ରଭାବିତ ଅଞ୍ଚଳରେ ରନ୍ଧା ଖାଦ୍ୟ, ସ୍ୱାସ୍ଥ୍ୟ ସେବା ଏବଂ ପାନୀୟଜଳ ଯୋଗାଣ ସହ ଗାଈଗୋରୁମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପ୍ରାଣୀ ଚିକିତ୍ସା ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲାର ପାଣି ଘେରରେ ଥିବା ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ ଦିଆଯିବ । ପାଣି ଛାଡିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ, ୧୫ ଦିନ ମଧ୍ୟରେ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଏବଂ ପୁରୀ ଜିଲ୍ଲାର ଡେଲାଙ୍ଗ, ପିପିଲି, ଗୋପ, ଅସ୍ତରଙ୍ଗ, ନିମାପଡା ଓ କଣାସ ଆଦିର ତଳିଆ ଅଞ୍ଚଳ ପରିଦର୍ଶନ କରି ବ୍ୟାପକ ଅଞ୍ଚଳ ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com