ଓଡ଼ିଶା

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।  ବିପନ୍ନ ଲୋକ ମାନଙ୍କୁ 15ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ  । ପାଣି ଛାଡିବାର ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର 15ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com