ଓଡ଼ିଶା

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ

ପବନର ବେଗ ୫୫ ରୁ ୭୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ

 ଭୁବନେଶ୍ୱର, ୧୯/୦୮/୨୦୨୨-    ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହି ଅବପାତ ପଶ୍ଚିମବଙ୍ଗ ଉପକୂଳ ଓ ବାଂଲାଦେଶ ଉପକୂଳକୁ ବାଲେଶ୍ବର ଓ ସାଗର ଦୀପ ମଧ୍ୟରେ ଅତିକ୍ରମ କରିବ । ତେବେ ବାତ୍ୟାର ସମ୍ଭାବନା ନାହିଁ  କିନ୍ତୁ ପବନର ବେଗ ୫୫ରୁ ୬୫, ବେଳେ ବେଳେ ୭୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ ବୋଲି  ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଏହାର ପ୍ରଭାବରେ ଶୁକ୍ରବାର ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ  କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତସିଂହପୁର, ଦେବଗଡ଼, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ଓ ବଲାଙ୍ଗିର ଏହି ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ  ଖୋର୍ଦ୍ଧା, ଝାରସୁଗୁଡ଼ା,  ଗଞ୍ଜାମ, ବରଗଡ଼, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ପୁରୀ  ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com