ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଶ୍ରୀମନ୍ଦିରରେ ସୋମବାର ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ 

ପୁରୀ, ୨୨/୦୮/୨୦୨୨-  ଶ୍ରୀମନ୍ଦିରରେ ସୋମବାର ଭାଦ୍ରବ କୃଷ୍ଣ ଏକାଦଶୀ ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ଏଥିପାଇଁ ସେବାୟତମାନଙ୍କ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି । ସୋମବାର ପ୍ରଭୁ ଶ୍ରୀ ବଳଭଦ୍ର ଓ ଜଗନ୍ନାଥଙ୍କ ଠାରୁ ଆଜ୍ଞାମାଳ ଆଣି ଦକ୍ଷିଣ ଦ୍ୱାରରେ ଥିବା ରାମକୃଷ୍ଣଙ୍କୁ ପ୍ରଦାନ କରି ପାଲିଙ୍କିରେ ରାମକୃଷ୍ଣ ବିଜେ କରି ବଡ଼ଛତା ନିକଟରେ କୋଳି ବିକା ନୀତି ସମ୍ପନ୍ନ କରିବା ପରେ ସନ୍ଧ୍ୟାଧୂପରେ ବନଭୋଜି ବେଶ ଅନୁଷ୍ଠିତ ହେବ । ଏହି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ ସହ ମସ୍ତକରେ ସୋଲ, ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସା ଯିବ । ସେହିପରି ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଠ ନିର୍ମିତ ଗାଇ ବାଛୁରୀ ଦଣ୍ଡାୟମାନ ଅବସ୍ଥାରେ ରଖାଯାଇ ଏହି ନୀତି ସମ୍ପନ୍ନ କରାଯିବ।  ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣନା ରହିଛି । ଏହି ପରମ୍ପରାକୁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ । ଏହି ବେଶ ଦର୍ଶନ କଲେ କୋଟି କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com