ବାଣିଜ୍ୟ

ମନରେଗା ଯୋଜନାରେ କେନ୍ଦ୍ର ତାର ଭାଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଏନେଇ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀଙ୍କୁ

 ଭୁବନେଶ୍ୱର, ୨୩/୦୮/୨୦୨୨-   ମନରେଗା ଜବ କାର୍ଡଧାରୀଙ୍କୁ ଠିକ୍ ସମୟରେ ମଜୁରୀ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ରିଭଲଭିଙ୍ଗ ଫଣ୍ଡ ଗଠନ କରି ୧ ହଜାର କୋଟିର ପାଣ୍ଠି ବରାଦ କରିଛନ୍ତି । ଏ ପାଣ୍ଠିରୁ ଶ୍ରମିକଙ୍କ ମଜୁରୀ ବାବଦ ଟଙ୍କା ପୈଠ କରାଯିବ । କେନ୍ଦ୍ର ସରକାର ନିଜସ୍ୱ ଭାଗ ପାଣ୍ଠି ଦେଲେ ଏହା ଭରଣା ହେବ । ମାତ୍ର କେନ୍ଦ୍ର ସରକାର ଏ ବାବଦରେ ପାଣ୍ଠି ବିଳମ୍ବରେ ଦେଉଛନ୍ତି । ତେଣୁ ଏ ଦିଗରେ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ସୋମବାର ଏକ ଚିଠି ଲେଖି ଅନୁରୋଧ କରିଛନ୍ତି । ଓଡ଼ିଶା ସରକାର ମନରେଗାରେ ନିଯୁକ୍ତ ଶ୍ରମିକମାନଙ୍କୁ ଠିକ ସମୟରେ ଶତ ପ୍ରତିଶତ ମଜୁରୀ ପ୍ରଦାନ କରୁଛନ୍ତି । ଲୋକଙ୍କ ହାତକୁ ଅଧିକ କାମ ସହ ନିୟମିତ ଭାବେ ମଜୁରୀ ପ୍ରଦାନ କରିବାକୁ ରାଜ୍ୟ ସରକାର ଏକ ’ରିଭଲଭିଙ୍ଗ ଫଣ୍ଡ’ ଗଠନ କରିଛନ୍ତି  । ଏହି ଫଣ୍ଡ ସହ କେନ୍ଦ୍ର ସରକାର ମନରେଗା ସଫ୍ଟେୱରକୁ ସଂଯୁକ୍ତ କଲେ ଧାର୍ଯ୍ୟ ସମୟରେ ମନରେଗା ବାବଦ କେନ୍ଦ୍ରୀୟ ଅଂଶ ମିଳିବାରେ ଅସୁବିଧା ହୁଅନ୍ତା ନାହିଁ । ଏହାଦ୍ୱାରା ରିଭଲଭିଙ୍ଗ ଫଣ୍ଡକୁ ପାଣ୍ଠିର ଅଭାବ ରହନ୍ତା ନାହିଁ । ଏ ଦିଗରେ ରାଜ୍ୟର ପ୍ରସ୍ତାବକୁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି । ନବୀନ ଚିଠିରେ ଦର୍ଶାଇଛନ୍ତି, କରୋନା ମହାମାରୀ ସମୟରେ ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଅଧିକ କାମଧନ୍ଦା ଯୋଗାଇବାକୁ କେନ୍ଦ୍ର ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଥିଲା । ଏହାକୁ ତ୍ୱରାନ୍ୱିତ କରିବାକୁ  ମୁଖମନ୍ତ୍ରୀ ଚିଠିରେ  ଗୁରୁତ୍ୱାରୋପ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com