ବାଣିଜ୍ୟ

ବାବୁସାନଙ୍କ ପତ୍ନୀ ଓ ଶ୍ୱଶୁରଙ୍କ ନାଁରେ ୫ କୋଟିର ମାନହାନି ମକଦ୍ଦମା କଲେ ପ୍ରକୃତି ମିଶ୍ର

ଭୁବନେଶ୍ୱର, ୨୪/୦୮/୨୦୨୨-   ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ନ୍ୟାୟ ପାଇଁ ମଙ୍ଗଳବାର ଉଚ୍ଚ ନ୍ୟାୟଳୟକୁ ଯାଇଥିବା ପ୍ରକୃତି ମିଶ୍ର ବୁଧବାର ଭୁବନେଶ୍ୱର କୋର୍ଟରେ ବାବୁସାନ୍‌ଙ୍କ ସ୍ତ୍ରୀ ତୃପ୍ତି ଶତପଥୀ ଓ ଶ୍ୱଶୁର ଲଳିତ ଶତପଥୀଙ୍କ ବିରୋଧରେ ମୋଟ୍‌ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମକଦ୍ଦମା ଦାୟର କରିଛନ୍ତି । ତେବେ ଘଟଣାସ୍ଥଳରେ ଉପସ୍ଥିତ ଥିବା ଅନ୍ୟ ଆଠ ଜଣଙ୍କ ବିରୋଧରେ ମଧ୍ୟ ମୋକଦ୍ଦମା କରାଯିବ । କିନ୍ତୁ ସେମାନେ ଚିହ୍ନଟ ହୋଇନଥିବାରୁ ତାଙ୍କ ନାଁ ଦିଆଯାଇ ନାହିଁ । ସେହିପରି ୟୁଟ୍ୟୁବରେ ପ୍ରକୃତିଙ୍କ ପ୍ରତି ଅପମାନଜନକ ଭିଡିଓ ଥିବାରୁ ୟୁଟ୍ୟୁବକୁ ପକ୍ଷଭୁକ୍ତ କରିଥିବା ତାଙ୍କ ଓକିଲ କହିଛନ୍ତି । ପୋଲିସ ଠାରୁ ନ୍ୟାୟ ନମିଳିବାରୁ କୋର୍ଟ ଯାଇଥିବା ସେ କହିଛନ୍ତି । ତେବେ ଘରୋଇ ସମସ୍ୟା ହୋଇଥିବାରୁ ପ୍ରକୃତିଙ୍କ ବାପାମା’ ନ୍ୟାୟ ଅପେକ୍ଷାରେ ଥିଲେ ବୋଲି ପ୍ରକୃତିଙ୍କ ଓକିଲ କହିଛନ୍ତି । ହେଲେ ଉଭୟ ପରିବାର ମଧ୍ୟରେ ବୁଝାମଣାରେ କୌଣସି ରାସ୍ତା ବାହାରି ପାରିଲା ନାହିଁ । ତେଣୁ ଏବେ ପ୍ରକୃତି ଏପରି ନିଷ୍ପତ୍ତି ନେଇଛନ୍ତି । ଏବେ ବି ସମାଧାନର ବାଟ ଖୋଲା ଅଛି । ଯଦି ଦୁଇ ପକ୍ଷ ଆପୋସ ଆଲୋଚନା କରିବେ ଏବଂ ଅଭିଯୁକ୍ତମାନେ ଯଦି ଭୁଲ୍ ମାଗିବେ ତେବେ ସମାଧାନ ହେବ ।

 

Related Articles

Back to top button
WP Twitter Auto Publish Powered By : XYZScripts.com