ଜାତୀୟ

୧୫ ଦିନ ପରେ କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର

କମେଡିଆନ୍ ରାଜୁ ଶ୍ରୀବାସ୍ତବଙ୍କ ପ୍ରଶଂସକଙ୍କ ପାଇଁ ଆଶ୍ୱସ୍ତିଜନକ ଖବର । ୧୫ ଦିନ ପରେ ଆଜି ତାଙ୍କର ଚେତା ଫେରିଛି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା ସୂଚନା ଦେଇଛନ୍ତି ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତର । ଜିମରେ ହୃଦଘାତର ଶିକାର ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା । ଅତି ଗୁରୁତର ଅବସ୍ଥାରେ ତାଙ୍କୁ ଆଇସିୟୁରେ ରଖାଯାଇ ଏକ ଡାକ୍ତରୀ ଟିମ୍ ଅବଜରଭେସନରେ ରଖିଥିଲେ । ତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରଶଂସକ ତଥା ପରିବାର ବର୍ଗ ପୂଜାର୍ଚ୍ଚନା କରିଥିଲେ । ରାଜୁଙ୍କ ଚିକିତ୍ସା ପାଇଁ ତାଙ୍କ ପରିବାରକୁ ଯଥାସାଧ୍ୟ ସହଯୋଗ କରିବାକୁ ପ୍ରତିଶୃତି ଦେଇଥିଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

Related Articles

Back to top button
WP Twitter Auto Publish Powered By : XYZScripts.com