ଓଡ଼ିଶା

ଅଗ୍ନିଶମ ବାହିନୀରେ ଗଢାହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ଭୁବନେଶ୍ଵର ୨୯-୦୮ ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟ ବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫୋର୍ସଗଠନ କରାଯିବ। ଏ ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ପ୍ରସ୍ତବଟି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫୋର୍ସ ର ୩ଟି ଜୋନ୍‌ରେ ରହିବ । ପ୍ରତ୍ୟେକ ୟୁନିଟ୍ ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ । ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ । ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେବ । ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି । ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା । ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା  ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ  କରାଯିବ ବୋଲି ବୈଠକ ରେ ନିଷ୍ପତ୍ତି ହୋଇଥିଲା । ଏହି ବୈଠକକୁ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ ସଂଚଳନା କରିଥିଲେ । ଅଗ୍ନିଶମ ବିଭାଗର ଡିଜି ଶ୍ରୀ ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କ ରେ ଉପସ୍ଥାପନା କରିଥିଲେ । ଆଲୋଚନା ରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି  ସୌମ୍ୟା ମିଶ୍ର ପ୍ରମୁଖ ଭାଗ ଉପସ୍ଥିତ ।

Related Articles

Back to top button
WP Twitter Auto Publish Powered By : XYZScripts.com