ଓଡ଼ିଶା

ଉପକୂଳ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଗଣେଶ ପୂଜାରେ ଉପକୂଳ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ନିଷ୍କ୍ରିୟ ଥିବାରୁ ଦିନ ତାପମାତ୍ରା ବଢୁଛି । ଉଚ୍ଚ ଆର୍ଦ୍ରତା ଯୋଗୁ ଗୁଳୁଗୁଳି ଅନୁଭୂତ ହେଉଛି । ଏହା ପ୍ରଭାବରେ ବୁଧବାର ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ଏଭଳି ପୂର୍ବାନୁମାନ କରିଛି ।   ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧ ତାରିଖରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ନୟାଗଡ଼ର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ । ୨ରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com