ବାଣିଜ୍ୟ

ନୂଆଖାଇରେ ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା

ଭୁବନେଶ୍ୱର, ୦୧/୦୯/୨୦୨୨–   ନୂଆଖାଇରେ ରାଜ୍ୟର ୪୧ ଲକ୍ଷ ଚାଷୀଙ୍କ ଖାତାକୁ ସିଧାସଳଖ ଯାଇଛି କାଳିଆ ଟଙ୍କା । ଏହି ଅବସରରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏଥି ସହିତ ଗୁରୁବାର ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଯାଇଥିଲା । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଯାଇଛି । ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଚାଷୀ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ ବୋଲି ନବୀନ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com