ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ; ୦୧/୦୯  ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି  । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୮୪୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩୭ ଜଣ, ଖୋର୍ଦ୍ଧାରୁ ୩୪ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଯାଜପୁର, ନବରଙ୍ଗପୁର, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଁଏ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାର ୬ ଜଣ ଲେଖାଁଏ, ବରଗଡ଼, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଁଏ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ରହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com