ଓଡ଼ିଶା

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।

ଆଜି ୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪ ଓ ସ୍ଥାନୀୟ ଅଞ୍ଚଳରୁ ୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୨୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୪୪୧ ରହିଥିବା ବେଳେ ୨୦୮ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com