ଓଡ଼ିଶା

ଗତ ୨୪ ଘଣ୍ଟାରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର; ୦୪/୦୯  ରାଜ୍ୟରେ ଉପର ତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୪୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪୯ ଜଣ, ଖୋର୍ଦ୍ଧାରୁ ୪୮ ଜଣ, କଟକରୁ ୩୧ ଜଣ, ଯାଜପୁର, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୪୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com