ସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ୫,୯୧୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ ; ୦୫।୦୯ ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ୫,୯୧୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଗତକାଲି ଏହି ସଂଖ୍ୟା ୬,୮୦୯ ଥିଲା । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ, ଅନ୍ୟପଟେ ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୭,୦୩୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୮,୮୦,୪୬୪ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୩,୯୭୪ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୨.୬୦% ରହିଛି । ଏବେସୁଦ୍ଧା ୫,୨୮,୦୦୭ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । କୋରୋନା ଆରମ୍ଭରୁ ଦେଶରେ ୮୮,୭୩,୭୯,୨୭୪ ଟେଷ୍ଟିଂ କରାଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୧୫ରୁ ‘କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର ୩୦ ଯାଏଁ ଚାଲିବ ।

Related Articles

Back to top button
WP Twitter Auto Publish Powered By : XYZScripts.com