Featuredଓଡ଼ିଶା

ଆସନ୍ତା ୫ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର

ରାଜ୍ୟରେ ଜାରି ରହିଛି ପ୍ରଖର ଗ୍ରୀଷ୍ମପ୍ରବାହ । ଆସନ୍ତା ୫ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ଦିନରେ ତାପମାତ୍ରା ସ୍ବାଭାବିକ ଠାରୁ ୪ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି।

କାଲିଠୁ ୧୫ ତାରିଖ ଯାଏ ଅତିପ୍ରଖର ଗ୍ରୀଷ୍ମ ପ୍ରବାହ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି । କାଲି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ । ୧୪ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁର । ୧୫ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼ , ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଏବଂ ଝାରସୁଗୁଡା ଜିଲ୍ଲାକୁ ହିଟଓ୍ବେଭ୍ ଆଲର୍ଟ ଜାରି କରାଯାଇଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ଶୁଷ୍କ ବାୟୁ ପ୍ରବାହ ବଢିଛି।

ଦିନ ୧୧ଟାରୁ ୩ଟା ମଧ୍ୟରେ ଜରୁରୀ କାର୍ଯ୍ୟ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।ସେପଟେ ସବୁ ଜିଲ୍ଲାପାଳଙ୍କୁ ହିଟ୍ ଓ୍ବେଭ ପାଇଁ ପ୍ରସ୍ତୁତ ରହିବାକୁ ଚିଠି ଲେଖିଛନ୍ତି SRC ।

Related Articles

Back to top button
WP Twitter Auto Publish Powered By : XYZScripts.com