ଓଡ଼ିଶାରାଜନୀତି

ପୋଲସରା ବ୍ଲକ ବିରିପୁର ଗ୍ରାମରେ ବିଜେଡ଼ିର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ପୋଲସରା, ୦୫/୦୯/୨୦୨୨ –  ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ଗ୍ରାମରେ ରବିବାର ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସାଙ୍ଗଠନିକ ବୈଠକରେ ମୁଖ୍ୟ ଅତିଥି ଭାବେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ବିଜୁ ଜନତା ଦଳକୁ ସୁଦୃଢ଼ କରିବା ପାଇଁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନଙ୍କ ନେତୃତ୍ୱାଧିନ ବିଜେଡି ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ବିଷୟରେ ବକ୍ତବ୍ୟ ରଖିବା ସହ ସମସ୍ତ ସକ୍ରିୟ କର୍ମୀ ଏହା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ପାଇଁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବିଜେଡି ବ୍ଲକ ସଭାପତି ସୁରେନ୍ଦ୍ର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ କୁମାର ନାୟକ ଓ ଝୁନୁ ଦାସ , ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ସସ୍ମିତା ତରାଇ,  ବ୍ଲକ ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ନାରାୟଣ ବିଷୋୟୀ, ପୀତବାସ ପ୍ରଧାନଙ୍କ ସମେତ ବହୁ ନେତା ଓ କର୍ମୀ ଯୋଗଦେଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com