ଐତିହ୍ୟ ଓ ସଂସ୍କୃତିଓଡ଼ିଶା

ଆଜି ପବିତ୍ର ସୁନିଆ ଉତ୍ସବ

ଭୁବନେଶ୍ୱର ; ୭।୯ ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି । ମଧ୍ୟାହ୍ନ ଧୂପ ବଢିବା ପରେ ବାମନ ଜନ୍ମ ନୀତି, ପବିତ୍ର ଲାଗି ଓ ଇନ୍ଦ୍ରଧ୍ୱଜା ପୂଜା ବିଧି କରାଯିବ । ଏଥିପାଇଁ ଆଜି ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସେହିପରି ଆଜି ପବିତ୍ର ସୁନିଆ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆଜିଠାରୁ ଆରମ୍ଭ ହୋଇଛି ୧୪୩୦ ସାଲ ୬୫ ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଏଥିପାଇଁ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com