କ୍ରୀଡ଼ା

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ପରିଦର୍ଶନ କଲା ଏଫଏଚଆଇ

ରାଉରକେଲା ; ୮।୯ ୨୦୨୩ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ହକି ଫେଡେରେଶନ ଓ ହକି ଇଣ୍ଡିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବୁଧବାର ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ଏହି ପ୍ରତିନିଧି ଦଳରେ ଏଫ୍‌ଆଇଏଚ୍‌ର କାର୍ଯ୍ୟକାରୀ ସଭାପତି ସୈଫ୍‌ ଅହମଦ, ମୁଖ୍ୟ କାର୍ଯ୍ୟନିର୍ବାହୀ ଥିଏରୀ ଓ୍ଵିଲ, ହକି ଇଣ୍ଡିଆ କମିଟି ଅଫ୍‌ ଆଡ୍‌ମିନିଷ୍ଟ୍ରେଟର୍ସ  ପ୍ରତିନିଧି ଏସ୍‌. ଓ୍ଵାଇ କ୍ୟୁରେସି ଓ ଜାଫର ଇକ୍‌ବାଲ ସାମିଲ ଥିଲେ। ଆଗାମୀ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆୟୋଜନ ହେବ। ହକିର ବିକାଶ ପାଇଁ ଓଡ଼ିଶା ସରକାରଙ୍କ ସମର୍ଥନ ଏବଂ ବିର୍ସା ମୁଣ୍ଡା ଷ୍ଟାଡିୟମ ନିର୍ମାଣ ଅଗ୍ରଗତି ନେଇ ଉକ୍ତ ପ୍ରତିନିଧି ଦଳ ସନ୍ତୋଷ ପ୍ରକାଶ କରିଛନ୍ତି। ଏହି ପ୍ରତିନିଧି ଦଳଙ୍କ ସହ ଇଡ୍‌କୋ ଅଧ୍ୟକ୍ଷ ହେମନ୍ତ ଶର୍ମା, ରାଜ୍ୟ କ୍ରୀଡ଼ା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା, ଇଡ୍‌କୋ ଏମ୍‌ଡି ଭୂପିନ୍ଦର ପୁନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପରିଦର୍ଶନ ଅବସରରେ ପ୍ରତିନିଧି ଦଳ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପରିସରରେ ଥିବା ପ୍ରାକ୍ଟିସ ସେଣ୍ଟରକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଷ୍ଟାଡିୟମର କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି ଏବଂ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି।

 

Related Articles

Back to top button
WP Twitter Auto Publish Powered By : XYZScripts.com