ହକି ବିଶ୍ୱକପ, ପୁଲ ଡି ରେ ଭାରତ
ଭୁବନେଶ୍ୱର ; ୮।୯ ୨୦୨୩ରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ପାଇଁ ବାଜିଲା ବିଗୁଲ୍ । ଭୁବନେଶ୍ୱର ଲୋକସେବା ଭବନ କନଭେନସନ ସେଣ୍ଟରରେ ହୋଇଛି ଡ୍ର ସେରମନି । ବିଶ୍ୱକପ୍ ପାଇଁ ପୁଲ୍ ଘୋଷଣା କରାଯାଇଛି । ମୋଟ୍ ୪ଟି ପୁଲରେ ୧୬ଟିମ୍ ଭାଗ ନେବେ । ପୁଲ୍-ଡିରେ ଭାରତ ରହିଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଘୋଷଣା କରିଥିଲେ । ଏହାପରେ ଅନ୍ୟ ପୁଲ୍ର ଟିମ୍ ନେଇ ଘୋଷଣା କରାଯାଇଛି । ପୁଲ୍-ଡିରେ ଭାରତ ସହ ଇଂଲଣ୍ଡ, ସ୍ପେନ୍, ୱେଲ୍ସ ବି ସାମିଲ ହୋଇଛନ୍ତି । ସେହିଭଳି ପୁଲ୍-ଏରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ଫ୍ରାନ୍ସ ଓ ଦକ୍ଷିଣ ଆଫ୍ରିକା ରହିଛନ୍ତି । ପୁଲ୍-ବିରେ ବେଲଜିଅମ୍, ଜର୍ମାନୀ, କୋରିଆ, ଜାପାନ ସାମିଲ ହୋଇଛନ୍ତି । ଏବଂ ପୁଲ୍-ସିରେ ନେଦରଲାଣ୍ଡସ୍, ନ୍ୟୁଜିଲାଣ୍ଡ, ମାଲେସିଆ, ଚିଲୀ ରହିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟତୀତ ଏଫ୍ଆଇଏଚ କାର୍ଯ୍ୟକାରୀ ସଭାପତି ସୈଫ୍ ଅହମ୍ମଦ, କି ଇଣ୍ଡିଆ ସଦସ୍ୟ ଜାଫର ଇକବାଲ, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରଭୃତି ଉପସ୍ଥିତ ଥିଲେ।