କ୍ରୀଡ଼ା

ହକି ବିଶ୍ୱକପ, ପୁଲ ଡି ରେ ଭାରତ

ଭୁବନେଶ୍ୱର ; ୮।୯ ୨୦୨୩ରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ପାଇଁ ବାଜିଲା ବିଗୁଲ୍ । ଭୁବନେଶ୍ୱର ଲୋକସେବା ଭବନ କନଭେନସନ ସେଣ୍ଟରରେ ହୋଇଛି ଡ୍ର ସେରମନି । ବିଶ୍ୱକପ୍ ପାଇଁ ପୁଲ୍ ଘୋଷଣା କରାଯାଇଛି । ମୋଟ୍ ୪ଟି ପୁଲରେ ୧୬ଟିମ୍ ଭାଗ ନେବେ । ପୁଲ୍-ଡିରେ ଭାରତ ରହିଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ଘୋଷଣା କରିଥିଲେ । ଏହାପରେ ଅନ୍ୟ ପୁଲ୍ର ଟିମ୍ ନେଇ ଘୋଷଣା କରାଯାଇଛି ।  ପୁଲ୍-ଡିରେ ଭାରତ ସହ ଇଂଲଣ୍ଡ, ସ୍ପେନ୍, ୱେଲ୍ସ ବି ସାମିଲ ହୋଇଛନ୍ତି । ସେହିଭଳି ପୁଲ୍-ଏରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ଫ୍ରାନ୍ସ ଓ ଦକ୍ଷିଣ ଆଫ୍ରିକା ରହିଛନ୍ତି । ପୁଲ୍-ବିରେ ବେଲଜିଅମ୍, ଜର୍ମାନୀ, କୋରିଆ, ଜାପାନ ସାମିଲ ହୋଇଛନ୍ତି । ଏବଂ ପୁଲ୍-ସିରେ ନେଦରଲାଣ୍ଡସ୍, ନ୍ୟୁଜିଲାଣ୍ଡ, ମାଲେସିଆ, ଚିଲୀ ରହିଛନ୍ତି ।  ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟତୀତ ଏଫ୍ଆଇଏଚ କାର୍ଯ୍ୟକାରୀ ସଭାପତି ସୈଫ୍ ଅହମ୍ମଦ, କି ଇଣ୍ଡିଆ ସଦସ୍ୟ ଜାଫର ଇକବାଲ, କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରଭୃତି ଉପସ୍ଥିତ ଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com