ଓଡ଼ିଶା

ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ

ଭୁବନେଶ୍ୱର ; ୦୮।୦୯ ଅଗଷ୍ଟରେ ହୋଇଥିବା ପ୍ରବଳ ବର୍ଷା ଓ ବନ୍ୟାରେ ୧୪ ହଜାରରୁ ଅଧିକ ଘର ଭାଙ୍ଗି ଥିବା ବେଳେ ଏକ ଲକ୍ଷ ୨୬ହଜାର ହେକ୍ଟର ଚାଷଜମିରେ ୩୩ ପ୍ରତିଶତରୁ ଅଧିକ ପରିମାଣର ଫସଲ ନଷ୍ଟ ହୋଇଛି । ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ସୂଚନା ଦିଆଯାଇଛି । ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର ୨୪ ଟି ଜିଲ୍ଲା ପ୍ରଭାବିତ ହୋଇଥିଲା । ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ଜିଲ୍ଲାପାଳ ମାନଙ୍କଠାରୁ ପ୍ରାପ୍ତ କ୍ଷୟକ୍ଷତିର ଆକଳନର ତଥ୍ୟ ଅନୁଯାୟୀ ୧୪,୨୩୫ଟି ବାସଗୃହ, ୧୨୩୬ଟି ଗାଈ ଗୁହାଳ, ୫୦୩୬ ହେକ୍ଟର ଚାଷ ଜମି ବାଲିଚର, ୧୧୨୫ ଟି ଡଙ୍ଗା ଓ ଜାଲ, ୨୮,୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩,୧୪୫ ହେକ୍ଟର ମାଛ ଯାଆଁଳ ଚାଷ କ୍ଷତିଗ୍ରସ୍ତ ହୋଇଅଛି । ୧,୨୬,୧୬୨ ହେକ୍ଟର ଚାଷ ଜମି ଶତକଡା ୩୩ ଭାଗରୁ ଉର୍ଦ୍ଧ୍ୱ ଫସଲ ହାନୀ ହୋଇଅଛି । ସେହିପରି ଜଳବନ୍ଦୀ ଘେରରେ ଥିବା ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଅଛି । ଇତି ମଧ୍ୟରେ ଜଳସଂପଦ ବିଭାଗ, ପୁର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗଠାରୁ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ଆକଳନ ରିପୋର୍ଟ ହସ୍ତଗତ ହୋଇଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com