ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୨୫୪ ପଜିଟିଭ

ଭୁବନେଶ୍ଵର ; ୦୯/୦୯ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୭୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୫ ଜଣ, ସୁନ୍ଦରଗଡ଼ରୁ ୩୦ ଜଣ, କଟକରୁ ୨୭ ଜଣ, ସମ୍ବଲପୁରରୁ ୧୭ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୧୨ ଜଣ, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ ଲେଖାଁଏ, ନୂଆପଡ଼ାରୁ ୯ ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୮ ଜଣ ଲେଖାଁଏ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଦେବଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୧ ଜଣ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୭୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୭୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୦୧୫୦୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com