ଅନ୍ତର୍ଜାତୀୟ

ଆରପାରିରେ ମହାରାଣୀ ଏଲିଜାବେଥ୍

ଆରମାରିରେ

ନୂଆଦିଲ୍ଲୀ ; ୦୯।୦୯  ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ପରଲୋକ ହୋଇଛି। ୯୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ରାଣୀ ଏଲିଜାବେଥ୍ ବାର୍ଦ୍ଧକ୍ୟଜନିତ ଅସୁସ୍ଥସ୍ଥତା କାରଣରୁ ରାଜଧାନୀ ଲଣ୍ଡନ ଛାଡ଼ି ସ୍କଟଲ୍ୟାଣ୍ଡରେ ରହୁଥିଲେ । ବାଲମୋରାଲ କ୍ୟାସଲରେ ଗତବର୍ଷ ‌ଅକ୍ଟୋବରରୁ ତାଙ୍କ ଚିକିତ୍ସା ଚାଲିଥିଲା । ଗତକାଲି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଖରାପ ହୋଇଯାଇଥିଲା। ଲଣ୍ଡନରୁ ପରିବାର ସଦସ୍ୟ ବି ପହଁଚିଯାଇଥିଲେ। କିନ୍ତୁ ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଂଚାଇବା ସମ୍ଭବ ହୋଇପାରିନଥିଲା । ରାଣୀଙ୍କ ମରଶରୀର ଆଜି ସ୍କଟଲାଣ୍ଡରୁ ଲଣ୍ଡନ ଅଣାଯିବ। ବ୍ରିଟେନରେ ସର୍ବାଧିକ ସମୟ ପର୍ଯ୍ୟନ୍ତ ସେ ଶାସନ ଗାଦିରେ ରହିଥିଲେ। ଦୁଇ ଦିନ ତଳେ ରାଣୀଙ୍କ ଫଟୋ ଓ ଭିଡିଓ ସାମନାକୁ ଆସିଥିଲା । ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଲିଜ୍ ଟ୍ରସଙ୍କୁ ସେ ନିଯୁକ୍ତି ଦେଇଥିଲେ। ରାଣୀଙ୍କ ପରଲୋକ ପରେ ଲଣ୍ଡନର ବକିଂହାମ୍ ପ୍ୟାଲେସରେ ଗାର୍ଡ ପରିବର୍ତ୍ତନ ପରମ୍ପରାକୁ ବନ୍ଦ ରଖାଯାଇଛି। ସମଗ୍ର ବ୍ରିଟେନରେ ଶୋକର ଛାୟା ଖେଳିଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com