ଓଡ଼ିଶା

ଜୁନିୟର ମହିଳା ବିଶ୍ୱକପ୍‌ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ

ଜୁନିୟର ମହିଳା ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଅଣ୍ଡର-୧୭ ମହିଳା ଫୁଟବଲ୍ ବିଶ୍ବକପ୍ ର ମ୍ୟାଚ ଭୁବନେଶ୍ବର, କୋଲକାତା ଏବଂ ଅହମ୍ମଦାବଦରେ ଖେଳାଯିବ । କଳିଙ୍ଗ ଷ୍ଟାଡିୟମରେ ଅକ୍ଟୋବର ୧୧ରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଏହାପରେ ୧୪ ଏବଂ ୧୭ରେ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଫିଫା ବିଶ୍ବକପ୍ ମ୍ୟାଚ୍ ଅନୁଷ୍ଠିତ ହେବ । ମ୍ୟାଚକୁ ଷ୍ଟାଡିୟମରେ ବସି ଦେଖିପାରିବେ ଦର୍ଶକ । ଚଳିତ ମାସ ଶେଷ ଆଡ଼କୁ ଟିକେଟ ବିକ୍ରି ଆରମ୍ଭ ହେବ । ଏହାପୂର୍ବରୁ ଶନିବାର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Related Articles

Back to top button
WP Twitter Auto Publish Powered By : XYZScripts.com