ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୪ କରୋନା ପଜିଟିଭ

ଭୁବନେଶ୍ୱର ;  ୧୨।୦୯ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।  ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୪୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାର ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com