ଜାତୀୟ

ପ୍ରବଳ ବର୍ଷା ଯୋଗୁଁ ଅନେକ ଟ୍ରେନ ବାତିଲ

ନୂଆଦିଲ୍ଲୀ ;  ୧୨/୦୯ ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏହା ଲୋକଙ୍କ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇଛି । ଏହାସହ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଳବାଇ ଆଜି ଅନେକ ଟ୍ରେନକୁ ବାତିଲ କରିଛି । ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏଭଳି ପରିସ୍ଥିତିରେ ଯାତ୍ରାକୁ କରିବା ପୂର୍ବରୁ ଏହା ଜାଣିବା ଜରୁରୀ ଯେ ଆପଣଙ୍କର ଟ୍ରେନ୍ ବାତିଲ ହୋଇଛି କି ଡାଇଭର୍ଟ ହୋଇଛି ନା ରିଶିଡ୍ୟୁଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି ।

Related Articles

Back to top button
WP Twitter Auto Publish Powered By : XYZScripts.com