ଓଡ଼ିଶା

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର ; ୧୩/୦୯ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଖୋର୍ଦ୍ଧାରୁ ୨୮ ଜଣ, କଟକରୁ ୨୬ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ, ପୁରୀରୁ ୧୦ ଜଣ, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରୁ ୭ ଜଣ ଲେଖାଁଏ, ଜଗତସିଂହପୁରରୁ ୬ ଜଣ, ନୟାଗଡ଼ରୁ ୫ ଜଣ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ସୋନପର ଜିଲ୍ଲାରୁ ୪ ଜଣ ଲେଖାଁଏ, ଦେବଗଡ଼, ଢ଼େଙ୍କାନାଳ, ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୬୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୫୮୮ ଜଣ ସୁସ୍ଥ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com