ଓଡ଼ିଶା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ; ୧୪।୦୯  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୮୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲା ଜଣେ, ଗଞ୍ଜାମ ଜିଲ୍ଲା ୨ଜଣ, ଜଗତସିଂହପୁର ଜିଲ୍ଲା ୫ଜଣ, ଯାଜପୁର ଜିଲ୍ଲା ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲା ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲା ୧୯ଜଣ, ସୋନପୁର ଜିଲ୍ଲା ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୮୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୯୪୧ଜଣ ସୁସ୍ଥ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com