ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୧,୦୫୪ କୋଭିଡ୍‌-୧୯ ଆକ୍ରାନ୍ତ; ୨୯ ଜଣ ମୃତ

ନୂଆଦିଲ୍ଲୀ() ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୧୦୦ ଉପରେ ଥିବାବେଳେ ଆଜି ୧୦୦୦ରୁ ସାମାନ୍ୟ ଉପରେ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୫୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୫,୨୭୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୬୮୫ରେ ପହଞ୍ଚିଛି।

Image Courtesy of PardaPhas

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୫୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୨,୪୫୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୩୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୭୦,୭୧,୬୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୩୮,୪୭,୭୪୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୧୮,୩୪୫ଟି ନମୁନା।

Related Articles

Back to top button
WP Twitter Auto Publish Powered By : XYZScripts.com