ବାଣିଜ୍ୟ

ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜିର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ

ଭୁବନେଶ୍ୱର, ୧୭/୦୯/୨୦୨୨-  ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜିର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୬  ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ। ଏଥିପାଇଁ ୩ ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ଅଗଷ୍ଟ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଷିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ । ଏହି  ପ୍ଲାନ ଅନୁଯାୟୀ ଅନୁଷ୍ଠାନରେ ୧୦,୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯିବ । ବର୍ତ୍ତମାନ ୨୮୪୯ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି । ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ। ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରୀ, ପ୍ରଫେସର ମାନଙ୍କ ଚାମ୍ବର ଓ ଗ୍ୟାଲେରୀ ରହିବ।  ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବୋରେଟୋରୀ ସୁବିଧା ଉପଲବ୍‌ଧ ହେବ।

ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ  ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ ରୁମ୍‌ ନିର୍ମାଣ କାମ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ ବ୍ୟବସ୍ଥାର ସୁବିଧା କରାଯିବ। ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି  ଓ ପ୍ରଫେସର ମାନଙ୍କ ସହିତ ଅଲୋଚନା କରିଥିଲେ ।

କାର୍ଯ୍ୟକ୍ରମରେରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ୫-ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com