ଜୀବନଶୈଳୀରାଜନୀତି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୨ତମ ଜନ୍ମଦିନ

୧୭ .୦୯.୨୦୨୨, ନୂଆଦିଲ୍ଲ –  ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରି ପ୍ରଧାନମନ୍ତ୍ରୀ ପଦରେ ବସିଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୨ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି । ୫ ଦଶନ୍ଧିର ରାଜନୈତିକ ଜୀବନ ମଧ୍ୟରେ ଅନେକ ଉତ୍‌ଥାନ ପତନ ଦେଖିଛନ୍ତି ମୋଦି। ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେବା ସହ ସେ ପ୍ରଥମ ବିଜେପି ନେତା ଯାହାଙ୍କ ନେତୃତ୍ୱରେ ୨୦୧୪ ଏବଂ ୨୦୧୯ରେ ଦଳ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାରରେ ବସିଛନ୍ତି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଟୁୁଇଟ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଅତୁଳନୀୟ ପରିଶ୍ରମ, କର୍ତ୍ତବ୍ୟନିଷ୍ଠା, ସୃଜନଶୀଳତା ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ଜାରି ରଖିଥିବା ଅଭିଯାନକୁ ରାଷ୍ଟ୍ରପତି ପ୍ରଶଂସା କରିଛନ୍ତି । ଏହା ସହ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com