ଓଡ଼ିଶା

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ଆରମ୍ଭ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୁତ ହେବାର ଲାଗିଛି । ଏହାର ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଦକ୍ଷିଣ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । ରବିବାର ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା୨୦ଓ୨୧ ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରୀ ରହିବ । ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ କିଛି ଜିଲ୍ଲାରେ ବର୍ଷା ହେବା ସହ ଆଗାମି ୨ ଦିନ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଉଛି । ତେବେ ଏହି ଘୂର୍ଣ୍ଣିବଳୟ ପ୍ରଭାବରୁ ସମୁଦ୍ର ଅଶାନ୍ତ ରହିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ତେବେ ଏହି ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରକହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com