ଓଡ଼ିଶା

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ପରଲୋକରେ ବିଧାୟକ ବିଷ୍ଣୁ ସେଠୀ। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ଗତ କିଛି ଦିନ ହେଲା କୀଡ୍‌ନୀ ରୋଗରେ ପୀଡିତ ଥିଲେ ବିଷ୍ଣ ସେଠୀ । ଏହାପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମାସେ ହେଲା ଏମ୍‌ସ ମେଡିକାଲରେ ବିଷ୍ଣୁ ସେଠୀଙ୍କ ଚିକିତ୍ସା ଚାଲିଥିଲା । ହେଲେ ସୋମବାର ସକାଳ ସମୟରେ ମେଡିକାଲ ପକ୍ଷରୁ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିବା ସୂଚନା ଦିଆଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ପିଲାଦିନୁ ରାଜନୀତି ପ୍ରତି ବିଷ୍ଣୁ ସେଠୀଙ୍କ ବେଶ୍‌ ଆଗ୍ରହ ଥିଲେ । ଓଡିଶା ପ୍ରଶାସନିକ ସେବା ପାଇଁ ମନୋନୀତ ହୋଇଥିଲେ ବି ସେ ଯୋଗଦେଇନଥିଲେ । ପରେ ସେ ଶ୍ୟାମାପ୍ରସାଦ ମୁଖାର୍ଜୀ ଓ ଦିନ୍‌ ଦୟାଲ ଉପାଧ୍ୟାୟଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗଦେଇଥିଲେ । ଆଉ ଦଳକୁ ସୁଦୃଢ କରିବାରେ ଲାଗିପଡିଥିଲେ । ୨୦୦୦-୨୦୦୪ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବିଜେପିର ଦକ୍ଷ ନେତା ଭାବେ ବେଶ୍‌ ଜଣାଶୁଣା ବିଷ୍ଣୁ ସେଠୀ ।

Related Articles

Back to top button
WP Twitter Auto Publish Powered By : XYZScripts.com