ଓଡ଼ିଶା

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର, ୧୯/୦୯/୨୦୨୨-  କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ଉପକୂଳ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବରେ ସୋମବାର ରାଜ୍ୟର ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ଏହା ବ୍ୟତୀତ  କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ଉପର ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ବିଭିନ୍ନ ପର୍ଯ୍ୟାୟରେ ୪ ଟି ଗେଟ ଖୋଲାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com