ଓଡ଼ିଶା

ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣକୁ ମିଳିଲା ଏନଓସି

ପୁରୀ, ୨୦/୦୯/୨୦୨୨-   ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣକୁ ଏନଏମଏ ଦେଲା ଏନଓସି । ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଓସିରେ ଉଲ୍ଲେଖ ରହିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ ।

ଏହି ଏନଓସି ଅନୁସାରେ ନିଷିଦ୍ଧାଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ । ସେହିପରି ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ ଏନଓସି ମିଳିଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ ।

Related Articles

Back to top button
WP Twitter Auto Publish Powered By : XYZScripts.com