ଅନ୍ୟାନ୍ୟ

ହକି ବିଶ୍ଵକପ ପାଇଁ ପଞ୍ଜାବ ଏବଂ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର, ୦୨/୦୧/୨୦୨୩ –   ହକି ବିଶ୍ଵକପ ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯିବ । ଏହି ଲକ୍ଷ୍ୟରେ ସୋମବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କୁ ନିମନ୍ତ୍ରଣ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ । ସେହିପରି ମନ୍ତ୍ରୀ ଟୁକୁନି ସାହୁ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ନିମନ୍ତ୍ରଣ ଦେଇଛନ୍ତି ।

 

Related Articles

Back to top button
WP Twitter Auto Publish Powered By : XYZScripts.com