ଓଡ଼ିଶାରାଜନୀତି

କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ମହିଳାମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨/୦୯/୨୦୨୨-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମହିଳାମାନେ । ୭୫ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ଗୁରୁବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଜାତୀୟ ପତାକା ତିଆରି ପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ । ମିଶନ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ ବୋଲି ସେମାନେ ପ୍ରକାଶ କରିବା ସହିତ ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ମା ମାନଙ୍କ କାର୍ଯ୍ୟର ପ୍ରଶଂସା କରିବା ସହିତ ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି । ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ୱ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଓ ଭରସାକୁ ସାକାର କରିପାରିଛନ୍ତି ବୋଲି କହିଥିଲେ

Related Articles

Back to top button
WP Twitter Auto Publish Powered By : XYZScripts.com