ଐତିହ୍ୟ ଓ ସଂସ୍କୃତି

ଓଲିଉଡ୍‌ ସୁପରଷ୍ଟାର ବାବୁସାନ୍ ମହାନ୍ତି ଅସୁସ୍ଥ

ଭୁବନେଶ୍ୱର, ୨୩/୦୯/୨୦୨୨-  ଓଲିଉଡ୍‌ ସୁପରଷ୍ଟାର ବାବୁସାନ୍ ମହାନ୍ତି ଅସୁସ୍ଥ । ତାଙ୍କ ଶରୀରରେ ଅମ୍ଳଜାନ ସ୍ତର କମି ଯାଇଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଦମନ ଫିଲ୍ମର ପ୍ରମୋସନ ପାଇଁ ବାବୁସାନ ବାଇକରେ ଲଦାଖ ଯାଇଥିବା ବେଳେ ଅମ୍ଳଜାନସ୍ତର କମିଯିବାରୁ ସେ ଅସୁସ୍ଥ ହୋଇପଡ଼ିଥିଲେ ।

ଡାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସା କରାଯିବା ପରେ ତାଙ୍କୁ ଓଡିଶା ଅଣାଯାଇଥିଲା । ଭୁବନେଶ୍ୱରରେ ପହଞ୍ଚିବା ପରେ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହୋଇଥିବା ଜଣାପଡିଛି । ଏହି ଖବର ଜାଣିବା ପରେ ତାଙ୍କ ଫ୍ୟାନ ମାନେ  ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com