ଅନ୍ୟାନ୍ୟ

ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୦୪ /୧୦/୨୦୨୨-  ବଙ୍ଗୋପସାଗରରେ ସୃଷ୍ଟି ଘୃର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହା ବ୍ୟତୀତ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଲଘୁଚାପ ପ୍ରଭାବରେ କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, ପୁରୀ, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, କେନ୍ଦୁଝର, ଗଂଜାମ, ଗଜପତି, ମୟୂରଭଂଜ, ରାୟଗଡା, ମାଲକାନଗିରି, କନ୍ଧମାଳ, କୋରାପୁଟ, ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com