ସ୍ୱାସ୍ଥ୍ୟ

୨ ହଜାର ତଳେ ଦେଶର ଦୈନିକ କୋଭିଡ୍-୧୯ ସଂକ୍ରମଣ

ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ହ୍ରାସ ପାଇ ୨ ହଜାର ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୩୨ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।  ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୯୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୯୯୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୦୬,୪୬୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୭୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୪୭,୩୪୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୬୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୮,୮୮,୧୭,୫୮୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com