ଓଡ଼ିଶା

ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଜେଡି, ବିଜେପି ଓ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ଅଶୋକ ଚନ୍ଦ୍ର ପଣ୍ଡା, ପ୍ରୀତିରଞ୍ଜନ ଘଡ଼ାଇ, ଅଶ୍ୱନୀ ପାତ୍ର ଓ ରାଜେନ୍ଦ୍ର ଢ଼ୋଲକିଆ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି ।

ସେହିପରି କଂଗ୍ରେସ ୩୦ ଜଣିଆ ଓ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ତେବେ ଧାମନଗର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ରର ଯାଞ୍ଚ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com