ଓଡ଼ିଶା

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର, ୧୮ /୧୦/୨୦୨୨ –  ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଏନେଇ ଟୁଇଟ୍ କରିଛି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଗତକାଲିର ଘୁର୍ଣ୍ଣିବଳୟ ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବ । ଫଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com