ଅନ୍ୟାନ୍ୟ

ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ, ଅକ୍ଟୋବର ୨୨ରେ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ୱର, ୨୦/୧୦/୨୦୨୨ – ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୨ ତାରିଖରେ ଅବପାତ ପରିଣତ ହେବ ବୋଲି ଆକଳନ କରୁଛି ପାଣିପାଗ ବିଭାଗ । ସେପଟେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସ୍ୱତନ୍ତ୍ର ରିଲିଫ୍ କମିଶନର ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ । ସମ୍ଭାବ୍ୟ ବାତ୍ୟା ଦ୍ୱାରା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ତାସହ ଅଧିକାରୀମାନଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com