ଜୀବନଶୈଳୀ

ଶୁକ୍ରବାର ପାଳିତ ହେବ ଧଉଳି ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର, ୨୭/୧୦/୨୦୨୨-   ଶୁକ୍ରବାର ପାଳିତ ହେବାକୁ ଯାଉଛି ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଦେଶ ବିଦେଶରୁ ଆସିଛନ୍ତି ଶତାଧିକ ବୌଦ୍ଧ ସନ୍ୟାସୀ ଓ ଭିକ୍ଷୁ । ଆଜି ରାଜଧାନୀରେ ଶାନ୍ତି ଶୋଭାଯାତ୍ରା କରିଛନ୍ତି ବୌଦ୍ଧ ସାଧୁ ସନ୍ଥ । ରାଜଭବନ ନିକଟ ସ୍ୱତନ୍ତ୍ର ସର୍କିଟ ହାଉସରୁ ବାହାରି ଏକ ଶାନ୍ତି ଶୋଭାଯାତ୍ରା ଧଉଳି ପର୍ଯ୍ୟନ୍ତ ଯାଇଥିଲା ।

ଯେଉଁଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବୌଦ୍ଧ ଧର୍ମଗୁରୁ ଓ ପ୍ରଚାରକମାନେ ଯୋଗ ଦେଇ ଶାନ୍ତିର ବାର୍ତ୍ତା ବାଣ୍ଟିଥିଲେ ।  ଧଉଳି ଶାନ୍ତିସ୍ତୁପ ନିକଟରେ ପହଞ୍ଚିବା ପରେ ଶାନ୍ତି ପ୍ରାର୍ଥନା କରିଥିଲେ । ଏହି ଅବସରରେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଧରି ପୂଜାପାଠ ଓ ଶାନ୍ତି ପ୍ରାର୍ଥନାରେ ପ୍ରକମ୍ପିତ ହେବ ଧଉଳି ଶାନ୍ତିସ୍ତୁପର ପରିବେଶ ।

 

 

Related Articles

Back to top button
WP Twitter Auto Publish Powered By : XYZScripts.com